ଭରତପୁର ଘଟଣାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

Sep 23, 2024 - 12:37
 0  2
ଭରତପୁର ଘଟଣାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭରତପୁର ଥାନା ଘଟଣାରେ ଆସନ୍ତାକାଲି ଦିଆଯାଇଥିବା ଭୁବନେଶ୍ୱର ବନ୍ଦ ଡାକରାକୁ ପ୍ରତ୍ୟାହୃତ କଲା ବିଜେଡି। ଏନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ଦଳର ମୁଖପାତ୍ର ଦେବୀ ମିଶ୍ର।ଭରତପୁର ଘଟଣାରେ ଏଯାଏଁ ଅଭିଯୁକ୍ତଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନଥିବାରୁ ଏହି ଘଟଣାକୁ ନେଇ ଆସନ୍ତାକାଲି ୬ ଘଣ୍ଟିଆ ଭୁବନେଶ୍ୱର ବନ୍ଦ ଡାକରା ଦେଇଥିଲା ବିଜେଡି। କିନ୍ତୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେବା ପରେ ଏହି ଆନ୍ଦୋଳନ ପ୍ରତ୍ୟାହୃତ କରିବାକୁ ଘୋଷଣା କରିଛି ଦଳ।ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ହେବ ଏହାର ତଦନ୍ତ। ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ କରାଯାଇଛି ଅନୁରୋଧ। ଏହାସହିତ ମାନ୍ୟବର ଉଚ୍ଚନ୍ୟାଳୟଙ୍କ ପ୍ରତ୍ୟକ୍ଷ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ମଧ୍ୟ ମାନ୍ୟବର ଉଚ୍ଚନ୍ୟାଳୟଙ୍କୁ କରାଯାଇଛି ଅନୁରୋଧ।

What's Your Reaction?

like

dislike

love

funny

angry

sad

wow