ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ତହସିଲଦାର

Jul 3, 2024 - 13:38
 0  2
ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ତହସିଲଦାର

ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ତହସିଲଦାର ଧୋବେଇ ନାୟକ । ବାଲିଗାଡି ଛାଡିବା ପାଇଁ ଦଲାଲ୍ ମାଧ୍ୟମରେ ୨୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦଲାଲ୍ ମୋହରି ପ୍ରସନ୍ନ ସାହୁଙ୍କୁ ଗିରଫ କରିଛି ନୟାଗଡ ଭିଜିଲାନ୍ସ । ତହସିଲଦାର ଧୋବେଇଙ୍କ ଭାପୁର ଏବଂ ଭୁବନେଶ୍ୱର ଘରେ ଜାରୀ ରହିଛି  ଚଢାଉ । ନୟାଗଡ ଜିଲ୍ଲା ସିଦ୍ଧାମୁଳା ନିକଟ ମହାନଦୀରୁ ବାଲି ବୋଝେଇ କରି ହାଇୱା ଗାଡିରେ ବିଭିନ୍ନ ସ୍ଥାନକୁ ନିଆଯାଇଥାଏ । କୌଣସି କାରଣରୁ ଚନ୍ଦନ ଜେନାଙ୍କ ବାଲି ବୋଝେଇ ଗାଡିକୁ ଖଣ୍ଡପଡା ତହସିଲଦାର ଧୋବେଇ ନାୟକ ଅଟକ ରଖିଥିଲେ । ଗାଡି ଛାଡିବା ପାଇଁ ତହସିଲଦାର ଗାଡି ମାଲିକଙ୍କୁ ମାଗିଥିଲେ  ୨୦ହଜାର ଟଙ୍କା ଲାଞ୍ଚ । ଗତକାଲି ବିଳମ୍ବିତ ରାତିରେ ଦଲାଲ୍ ପ୍ରସନ୍ନ ସାହୁଙ୍କ ମାଧ୍ୟମରେ ଗାଡି ମାଲିକଙ୍କ ଠାରୁ ଟଙ୍କା ନେଉଥିବା ବେଳେ  ପ୍ରସନ୍ନଙ୍କୁ ଧରିଥିଲା ନୟାଗଡ ଭିଜିଲାନ୍ସ ଦଳ। ପ୍ରସନ୍ନ ତହସିଲଦାରଙ୍କ ପାଇଁ ଟଙ୍କା ନେଉଥିବା ସ୍ବୀକାର କରିବା ପରେ ଚଢାଉ କରିଛି ଭିଜିଲାନ୍ସ ।

What's Your Reaction?

like

dislike

love

funny

angry

sad

wow