ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
୫ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ତା’ପରେ ରାଷ୍ଟ୍ରପତି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଚନ୍ଦ୍ରଶେଖରପୁରସ୍ଥିତ ନୀଳାଦ୍ରି ବିହାର ଯାଇଥିଲେ। ସେଠାରେ ତାଙ୍କୁ ସ୍ୱାଗତ କରିଥିଲେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୀଳାଦ୍ରି ବିହାରରେ ପହଞ୍ଚି ଆଦିବାସୀ ଦେବସ୍ଥାନ ସାନ୍ତାଳୀ ପୀଠରେ ପୂଜାର୍ଚ୍ଚନା କରିଥିଲେ। ପରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ଲୋକାର୍ପଣ କରିଥିଲେ। ତା' ପରେ ପାଖରେ ଥିବା ଏକ ପାର୍କ ବୁଲି ଦେଖିଥିଲେ। ଏହା ପରେ ରାଜଭବନ ଯାଇ ରାତ୍ରିଯାପନ କରିବେ ରାଷ୍ଟ୍ରପତି। ବୁଧବାର କରିବେ ପୁରୀ ଗସ୍ତ । ସକାଳ ୯ଟା ୪୫ରେ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ କରିବେ ଦର୍ଶନ । ପରେ ନୌସେନା ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ହେବେ ସାମିଲ ।
What's Your Reaction?