ମନୋଜ ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ
![ମନୋଜ ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ](https://kalingascroll.in/uploads/images/202501/image_870x_6779361ea0ec7.jpg)
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ ହେଲେ ମନୋଜ ସାହୁ । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିବା ଅରିନ୍ଦମ ଡାକୁଆଙ୍କୁ ଅନ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଥିବାରୁ ମନୋଜଙ୍କୁ ଦିଆଯାଇଛି ଏହି ଦାୟିତ୍ବ । ୨୦୦୬ ବ୍ୟାଚ୍ର ଆଇଏଏସ୍ ମନୋଜ ଅରୁଣାଚଳ ପ୍ରଦେଶ, ଗୋଆ, ମିଜୋରାମ ଏବଂ କେନ୍ଦ୍ରଶାସିତ ଅଞ୍ଚଳର କ୍ୟାଡର୍ ଅଧିକାରୀ । ମନୋଜ ଜଗତସିଂହପୁର ଜିଲା ବାଲିକୁଦା ବ୍ଲକର ସିଙ୍ଗାରପୁର ଗ୍ରାମର ବାସିନ୍ଦା । ସେ ବିଭିନ୍ନ ସମ୍ବେଦନଶୀଳ ଜିଲାରେ ଜିଲ୍ଲାପାଳ, କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟରେ ହର ଘର୍ ଜଲ୍ରେ କାମ କରି ହୋଇଛନ୍ତି ଖୁବ୍ ପ୍ରଶଂସିତ ।
What's Your Reaction?
![like](https://kalingascroll.in/assets/img/reactions/like.png)
![dislike](https://kalingascroll.in/assets/img/reactions/dislike.png)
![love](https://kalingascroll.in/assets/img/reactions/love.png)
![funny](https://kalingascroll.in/assets/img/reactions/funny.png)
![angry](https://kalingascroll.in/assets/img/reactions/angry.png)
![sad](https://kalingascroll.in/assets/img/reactions/sad.png)
![wow](https://kalingascroll.in/assets/img/reactions/wow.png)