ମହମ୍ମଦ ଆଜାହରୁଦ୍ଦିନଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ସମନ

Oct 3, 2024 - 12:50
 0  4
ମହମ୍ମଦ ଆଜାହରୁଦ୍ଦିନଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ସମନ

ହାଇଦ୍ରାବାଦ କ୍ରିକେଟ ଆସୋସିଏସନର ଆର୍ଥିକ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ପୂର୍ବତନ ଭାରତୀୟ କ୍ରିକେଟର ତଥା କଂଗ୍ରେସ ନେତା ମହମ୍ମଦ ଆଜାହରୁଦ୍ଦିନଙ୍କୁ ସମନ ପଠାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ।ତାଙ୍କୁ ଆଜି ଡକାଯାଇ କରାଯାଇଛି ପଚରାଉଚରା।ଆଜାହରୁଦ୍ଦିନ ହାଇଦ୍ରାବାଦ କ୍ରିକେଟ ଆସୋସିଏସନରେ ପାଣ୍ଠିର ଅପବ୍ୟବହାର କରିଥିବା ହୋଇଛି ଅଭିଯୋଗ । ସୂଚନାନୁସାରେ, ହାଇଦ୍ରାବାଦର ଉପ୍ପାଲର ରାଜୀବ ଗାନ୍ଧୀ କ୍ରିକେଟ୍ ଷ୍ଟାଡିୟମ୍ ପାଇଁ ଡିଜେଲ ଜେନେରେଟର, ଫାୟାର ବ୍ରିଗେଡ୍ ସିଷ୍ଟମ ଏବଂ କ୍ୟାନୋପି କିଣିବା ପାଇଁ ଆବଣ୍ଟିତ କରାଯାଇଥିବା ୨୦ କୋଟି ଟଙ୍କା ହେରଫେର ସହ ଜଡିତ  ଏହି ମାମଲା ।

What's Your Reaction?

like

dislike

love

funny

angry

sad

wow