ମହାପ୍ରଭୁଙ୍କ ପାଖରେ ଲାଗି ହୋଇଛି ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ

ମହାପ୍ରଭୁଙ୍କ ପାଖରେ ଲାଗି ହୋଇଛି ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ । ଗୁରୁବାର ମଧ୍ୟାହ୍ନ ଧୂପରେ ମହାପ୍ରଭୁଙ୍କ ପାଖରେ ଏହି ପାଞ୍ଚ ପ୍ରକାର ଜୈବିକ ଚାଉଳରେ ପ୍ରସ୍ତୁତ ଅନ୍ନ ଲାଗି ହୋଇଥିବା ମିଳିଛି ସୂଚନା। ସେଥି ମଧ୍ୟରୁ ଗୋବିନ୍ଦ ଭୋଗ ଚାଉଳ ଓ ଝିଲ୍ଲୀ ଚାଉଳକୁ କୋଠଭୋଗରେ ବ୍ୟବହୃତ କରିବା ପାଇଁ ମୋହର ମାରିଛି ଶ୍ରୀମନ୍ଦିର ପ୍ରଶାସନ । ଏହି ମହାପ୍ରସାଦକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ସୁଆର ମହାସୁଆର ନିଯୋଗ ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ମାନେ କରିଥିଲେ ସେବନ । ଆଗାମୀ ଦିନରେ ଏହି ସବୁ ଚାଉଳକୁ ଅଧିକ ମହଜୁଦ କରିବା ପାଇଁ ବିଭିନ୍ନ ସଂଗଠନଗୁଡ଼ିକୁ ଶ୍ରୀମନ୍ଦିର ପ୍ରଶାସନ, ରାଜ୍ୟ ସରକାରଙ୍କ କୃଷି ବିଭାଗ ପକ୍ଷରୁ ଆର୍ଥିକ ପ୍ରୋତ୍ସାହନ ଯୋଗାଇବା ପାଇଁ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।
What's Your Reaction?






