ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ହେବ ବର୍ଷା

ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ହେବ ବର୍ଷା

ଆସନ୍ତା ବୁଧବାରଠାରୁ ଓଡିଶାରେ ବିଜୁଳି ଘଡ଼ଘଡ଼ି ସହିତ ହେବ ବର୍ଷା । ପଶ୍ଚିମା ବାୟୁ ପ୍ରବାହ  ଯୋଗୁ ୪ ଦିନ ଯାଏ ବର୍ଷା ହେବାର ରହିଛି ସମ୍ଭାବନା। ବୁଧବାର ମୟୂରଭଞ୍ଜ, କେନ୍ଦୁଝର,  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,  ଦେବଗଡ଼, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ ଓ ବାଲେଶ୍ୱରରେ ଘଡ଼ଘଡ଼ି ସହ ହୋଇପାରେ ବର୍ଷା । ସେହିପରି ୨୦ ତାରିଖରେ ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଦେବଗଡ଼, ସୁନ୍ଦରଗଡ଼,  ଅନୁଗୁଳ, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ରାୟଗଡ଼ା, ଗଜପତି, ଗଞ୍ଜାମ  ଓ ବାଲେଶ୍ୱରରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବାବେଳେ ୨୧ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,  ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା,  ପୁରୀ, ଗଞ୍ଜାମ ଓ ଗଜପତିରେ ରହିଛି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ।