ରାଜ୍ୟରେ ସକ୍ରିୟ ମୌସୁମୀ ; ୨୬ ତାରିଖ ଯାଏଁ ଜାରି ରହିବ ବର୍ଷା

ଓଡିଶାରେ ବାୟୁ ପ୍ରଭାବରେ ଆହୁରି ୪ ଦିନ ଲାଗି ରହିବ ବର୍ଷା । ଆଗାମୀ ଦୁଇ ଦିନ ଭିତରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବାରୁ ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହାରି ଭିତରେ ଚିନ୍ତା ବଢ଼ାଇଛି ୧୬ ଜିଲ୍ଲାରେ ନିଅଣ୍ଟିଆ ବର୍ଷା । । ବାଲେଶ୍ୱରରେ ସର୍ବାଧିକ ୫୩ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ମୟୂରଭଞ୍ଜରେ ୪୮ ପ୍ରତିଶତ, ସୁନ୍ଦରଗଡ଼ରେ ୪୬ ପ୍ରତିଶତ, ଝାରସୁଗୁଡ଼ାରେ ୪୨ ପ୍ରତିଶତ, କେନ୍ଦ୍ରାପଡ଼ା ଓ ଭଦ୍ରକରେ ୪୧ ପ୍ରତିଶତ, କେନ୍ଦୁଝର, ଯାଜପୁର ଓ ପୁରୀରେ ୩୮ ପ୍ରତିଶତ ଏବଂ ସମ୍ବଲପୁରରେ ୩୩ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ପୂରା ରାଜ୍ୟରେ ହୋଇଛି ମୋଟ ୧୩ ପ୍ରତିଶତ ନିଅଣ୍ଟିଆ ବର୍ଷା । କେବଳ ମାଲକାନଗିରି ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ମିଳିଛି ସୂଚନା।
What's Your Reaction?






