ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

Dec 3, 2024 - 12:14
Dec 3, 2024 - 13:11
 0  4
ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଧାନସଭା ସଚିବାଳୟ ପକ୍ଷରୁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି।ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନରେ ହେବ ଉପନିର୍ବାଚନ। ବିଜେଡିର ପୂର୍ବତନ ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ଖାଲିପଡ଼ିଛି ଗୋଟିଏ ଆସନ। ଏଥିପାଇଁ ଡିସେମ୍ବର ୨୦ ତାରିଖରେ ରାଜ୍ୟସଭା ପାଇଁ ହେବ ଉପନିର୍ବାଚନ। ନାମାଙ୍କନର ଶେଷ ତାରିଖ ରହିଛି ୧୦ ତାରିଖ। ୧୧ ତାରିଖ ନାମାଙ୍କନ ଯାଞ୍ଚ ହେବ ଓ ୧୩ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି।ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଓଡ଼ିଶାର ରାଜ୍ୟସଭା ଆସନ ବିଜେପି ଖାତାକୁ ଯିବ। ତେବେ କିଏ ରାଜ୍ୟସଭାକୁ ଯିବେ ତାକୁ ନେଇ ଆରମ୍ଭ ହୋଇଛି କଳ୍ପନା ଜଳ୍ପନା। ମମତା ମହାନ୍ତଙ୍କ ପରି ବିଜେପି ସୁଜିତ କୁମାରଙ୍କୁ ରାଜ୍ୟସଭାକୁ ପଠାଇବ ନା ଆଉ କାହାକୁ ପ୍ରାର୍ଥୀ କରିବ ତାକୁ ନେଇ ଜୋର ଧରିଛି ଚର୍ଚ୍ଚା ।

What's Your Reaction?

like

dislike

love

funny

angry

sad

wow