ରାଶିଫଳ
ପ୍ରତ୍ୟେକ କ୍ଷେତ୍ରରେ ଯାହା କରିବେ ଭଲ ରୂପେ ଭାବି ଚିନ୍ତି କାମ କରିବା ଭଲ ହେବ। ପ୍ରସ୍ତୁତି ପଥରେ ଥିବା କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ। ବନ୍ଧୁମାନଙ୍କ ସହ ସତ୍ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ।
ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। କଳା, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବାର ଆଶା ରହିଛି। କିନ୍ତୁ ଆଜି ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ କିଛି ଅସୁବିଧା ହେବ ନାହିଁ।
ଯାତ୍ରା ସମୟରେ ବନ୍ଧୁଙ୍କ ସହ ମତାନ୍ତର ସୃଷ୍ଟି ହୋଇ ଅଶାନ୍ତି ଉପୁଜିପାରେ। ଚତୁର୍ଥାଧିପତିଙ୍କ ହେତୁ ଘରର ବରାଦ ଅନୁଯାୟୀ ଜିନିଷ କ୍ରୟ କରିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗରୁ ମଧ୍ୟାହ୍ନରେ ଟେନସନ୍ ଦୂର ହେବ।
କର୍ମକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରନ୍ତୁ। ଭୟ ଓ ଆଶଙ୍କା କାରଣରୁ କୌଣସି କାର୍ଯ୍ୟ କରିପାରିବେ ନାହିଁ। ନିଜ ଲୋକମାନଙ୍କଠାରୁ ଯାହା ଓ ଯେତିକି ପରିମାଣରେ ପାଇବା କଥା ତାହା ପାଇବା କଷ୍ଟକର ହୋଇପଡିବ।
ପୂର୍ବ ପରିକଳ୍ପିତ ଯେଉଁ କାମ ଆରମ୍ଭ କରିବାକୁ ଯାଉଛନ୍ତି ତାହା ବ୍ୟତିକ୍ରମ ଭିତରେ ସଫଳ ହେବ। ବନ୍ଧୁଙ୍କ ସାହାଯ୍ୟରୁ ପାରିବାରିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ରାହୁଜନିତ ଭୁଲ୍ ବୁଝାମଣା ଯୋଗୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିବେ। ଆଜି ଶେଷ କରିବାକୁ ଚାହୁଁଥିଲେ କାମଟିକୁ ସାରିପାରିବେ ନାହିଁ।
ବୃହସ୍ପତିଙ୍କ ପ୍ରଭାବରୁ ସହକର୍ମୀ ଫାଇଦା ହାସଲ ସକାଶେ ନିଜର ଭଳି ବ୍ୟବହାର କରିପାରନ୍ତି। ଯେତେ କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁ ପ୍ରଗତିରେ ଅଗ୍ରଗତି ଅସମ୍ଭବ ହେବ। ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିପାରିବେ ନାହିଁ।
ପିଲାଙ୍କ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ, ତଥାପି ସମସ୍ୟା ସହଜରେ ସମାଧାନ ହୋଇଯିବ । ଶୁକ୍ରଜନିତ ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ହେବ। ଆତ୍ମୀୟମାନେ ଶତ୍ରୁତା କରିବେ। ପ୍ରତ୍ୟୁଷ ଯାତ୍ରାରେ ସାମାନ୍ୟ ବିଘ୍ନ ଆସିପାରେ।
What's Your Reaction?