ରାଶିଫଳ

Feb 22, 2025 - 12:03
 0  3
ରାଶିଫଳ
ମେଷ
ଦୀର୍ଘଦିନ ହେଲା ପଡୁ ନ ଥିବା ପୁଅ ବୋହୂଙ୍କ କଥା ମନକୁ ବେଶି ଆନ୍ଦୋଳିତ କରିବ। ବନ୍ଧୁଙ୍କ ସହ ସ୍ନେହ ସମ୍ପର୍କରେ ଫାଟ ସୃଷ୍ଟି ହେବା କାରଣରୁ ପରସ୍ପରକୁ ସନ୍ଦେହ କରିପାରନ୍ତି। ବହୁ କଷ୍ଟ ସ୍ବୀକାର କରି ମଧ୍ୟ କାମଟିକୁ ପୂର୍ଣ୍ଣାଙ୍ଗ କରିବାକୁ ଚେଷ୍ଟା କରିବେ।
ବୃଷ
 ବିଭିନ୍ନ ଘରୋଇ ସମସ୍ୟା ମଧ୍ୟରେ ବ୍ୟତିବ୍ୟସ୍ତ ହେବାକୁ ପଡ଼ିପାରେ। ସଭାସମିତି, ଆଲୋଚନା, ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ମିଥୁନ
ଅଟକିରହିଥିବା କାର୍ଯ୍ୟ ସକାଶେ ଚିନ୍ତାକରି ଅନ୍ୟମନସ୍କ ରହୁଥିବାର ସୂଚନା ମଧ୍ୟ ରହିଛି । କୌଣସି ଜିନିଷକୁ କେନ୍ଦ୍ରକରି ପରିବାରରେ ବିତର୍କ ସୃଷ୍ଟି ହୋଇପାରେ। ଯାନବାହନ, ଜମିଜମା, ମାଲିମକଦ୍ଦମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ।
କର୍କଟ
 ନୂତନ ଗୃହ, ଯାନବାହନ ତଥା ଯାନ୍ତ୍ରିକ ଜିନିଷର କ୍ରୟ କିମ୍ବା ବିକ୍ରୟ ପାଇଁ ବ୍ୟଗ୍ରତା ପ୍ରକାଶ କରିବେ। ଆଜିର ଆନୁଷ୍ଠାନିକ କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ। କଳା, ସାହିତ୍ୟରେ ଉନ୍ନତି କରିବେ ଓ ଏହା ସହ ବ୍ୟବସାୟରେ ଲାଭବାନ ହେବେ।
ସି˚ହ
 ଅବଶ୍ୟ ସାହିତ୍ୟ,କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ମିଳିବ। ପରୋକ୍ଷ ଶତ୍ରୁତା କିମ୍ବା କ୍ରନିକ୍‍ ରୋଗ ଜନିତ ପୀଡ଼ାନୁଭବ କରିପାରନ୍ତି। କୌଣସି ସାଙ୍ଗଠନିକ କାମ, ରାଜନୈତିକ କ୍ଷେତ୍ର ପାଇଁ ଦିନଟି ବହୁତ ଭଲ।
କନ୍ୟା

ମିତ୍ରମାନେ ପରୋକ୍ଷରେ ଶତ୍ରୁତା ଆଚରଣ କରିବାର ସୂଚନା ପାଇବେ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ,ପ୍ଲଟିଂ କାରବାରରେ ମାନମନାନ୍ତର ଦେଖାଦେଇପାରେ। ଅବଶ୍ୟ ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ ଏବଂ ମଧ୍ୟାହ୍ନରେ ଟେନସନ୍‍ ଦୂର ହେବ। ଗୃହ, ଜମିଜମା, ମାଲିମକଦ୍ଦମା ସମ୍ପର୍କୀୟ ଆଲୋଚନା ବିଗିଡ଼ି ଯାଇପାରେ।
ତୁଳା

ଆଜି ବିଜାତୀୟ ବ୍ୟକ୍ତିଙ୍କ ସହ ଶତ୍ରୁତାଜନିତ କିମ୍ବା ଅତୀତ ଘଟଣାବଳୀକୁ ନେଇ ଚିନ୍ତିତ ରହିବେ। କଳା, ସଙ୍ଗୀତ, ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା କ୍ଷେତ୍ରରୁ ସୁଫଳ ମିଳିବ। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ରହିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନ,ପ୍ଲଟିଂ କାରବାର,ଆଲୋଚନା ଓ କଚେରି ମାମଲା କ୍ଷେତ୍ରରେ ଶୁଭ ଫଳ ପାଇବେ।
ବିଛା
ଯାହା ଚାହୁଁଛନ୍ତି ତାହା ପାଇବେ କିନ୍ତୁ ଆଶାନୁରୂପ ନ ହେବା କାରଣରୁ ଅସନ୍ତୁଷ୍ଟ ହେବେ। କର୍ମକ୍ଷେତ୍ରରୁ କିମ୍ବା ଦୂରସ୍ଥାନରୁ ଘରକୁ ଫେରିବା ସମୟରେ କିଛି ମୂଲ୍ୟବାନ ଜିନିଷ ଆଣି ପାରନ୍ତି। ବିବାଦୀୟ ଘଟଣାର ସ୍ଥିତି ଅନୁକୂଳ ରହିବା କାରଣରୁ ସାମୟିକ ଖୁସି ରହିପାରନ୍ତି। 
ଧନୁ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ହାସଲ ପାଇଁ ଚେଷ୍ଟା କରିପାରନ୍ତି। ସାମୟିକ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ଅଫିସ୍‍ରେ କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍‍ ବୁଝିପାରନ୍ତି। 
ମକର
 ସାମାନ୍ୟ ବିଳମ୍ବରେ କାମଗୁଡିକ ଠିକ୍‍ ଭାବରେ ସମ୍ପନ୍ନ ହେବ ଏବଂ ଏଥିପାଇଁ ବହୁତ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ହାସଲ କରିବେ। ଅନ୍ୟମାନଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
କୁମ୍ଭ
 ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ ଓ ନୂତନ ବାଣିଜ୍ୟ ଯୋଡ଼ିବା ପାଇଁ ଚିନ୍ତା କରିବେ। ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ ଓ କରିବେ। କର୍ମକ୍ଷେତ୍ରରେ ପ୍ରକୃତ ଘଟଣା ନ ବୁଝି ନିଜର ଉପରିସ୍ଥ ଅଫିସର କ୍ରୋଧ ପ୍ରକାଶ କରିପାରନ୍ତି।
ମୀନ
 ନୀଚ ବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଜମିଜମା କାରବାର, ସଭାସମିତି, ରାଜନୈତିକ ଆଲୋଚନା କ୍ଷେତ୍ର ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ।

What's Your Reaction?

like

dislike

love

funny

angry

sad

wow