ରାଶିଫଳ

ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁଷଙ୍ଗିକ ପରିବେଶ ଅନୁକୂଳ ରହିବ। ବନ୍ଧୁଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିବେ। ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ,ପରିବହନଜନିତ ଝଗଡ଼ାରେ ବିଜୟୀ ହେବେ। ସାହିତ୍ୟଚର୍ଚ୍ଚା ଓ ସଚ୍ଚୋଟପଣିଆରୁ ପ୍ରଶଂସିତ ହେବେ।
ସମ୍ପର୍କୀୟଙ୍କ ସହାନୁଭୂତି ଯୋଗୁ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରିବେ। କର୍ମକ୍ଷେତ୍ରରେ ଗଠନମୂଳକ କାର୍ଯ୍ୟ, ବ୍ୟବସାୟରେ ସଫଳତା ଓ କଳା ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହିଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅଭାବ ନ ଥିଲେ ମଧ୍ୟ ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ଉଠିବ।
ଆଜି ବନ୍ଧୁଙ୍କ ସହଯୋଗ ଓ ହିତୈଷୀଙ୍କ ପରାମର୍ଶ ପାଇ କାର୍ଯ୍ୟ ସାଧନ କରିବେ। ପରିବାରର ଅନୁରୋଧକ୍ରମେ ଭ୍ରମଣରେ ବାହାରିପାରନ୍ତି। ଉଦ୍ୟୋଗ, ନୂତନ ପ୍ରକଳ୍ପ କିମ୍ବା ବ୍ୟବସାୟରେ ବ୍ୟତିକ୍ରମ ଦେଖାଦେବ। ବହୁତ ଦିନରୁ ଧାର ନେଇଥିବା ଲୋକଟି ଟଙ୍କା ଦେବାର ନାଁ ଧରିବ ନାହିଁ, ଫଳରେ ଉଚ୍ଚବାଚ ଘଟିବାର ଆଶଙ୍କା ରହିଛି।
ସହକର୍ମୀମାନେ ସହଯୋଗର ହାତ ବଢ଼ାଇପାରନ୍ତି। କିନ୍ତୁ ପରିବାର ଭିତରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସାହିତ୍ୟ, ସାମ୍ବାଦିକତା, ଏଜେନ୍ସିପ୍, ଗଣଯୋଗାଯୋଗ କ୍ଷେତ୍ରରୁ ସୁଫଳ ମିଳିବ। କ୍ରୀଡ଼ା, ସଙ୍ଗୀତ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ପ୍ରତିଯୋଗିତାର ସମ୍ଭାବନା ରହିଛି।
ଆଜି କର୍ମକ୍ଷେତ୍ରରେ ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପା, ସମ୍ମାନଜନକ ପଦବୀ ସାଙ୍ଗକୁ ସମ୍ବର୍ଦ୍ଧିତ ହୋଇପାରନ୍ତି। ପ୍ରଶାସନିକ ସ୍ତରରେ ବିଭିନ୍ନ ଯୋଜନା ସମ୍ପର୍କିତ ଆଲୋଚନା, ଆନୁଷ୍ଠାନିକ କାମର ପ୍ରସ୍ତୁତି ସମ୍ପନ୍ନ କରି ଖୁସି ହେବେ। ଜମିଜମା, ଗାଡ଼ି ମୋଟର ମରାମତି ସକାଶେ ଆଲୋଚନା କରିବେ। ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ।
ବନ୍ଧୁଗହଣରେ ବହୁ ପ୍ରତୀକ୍ଷିତ କାର୍ଯ୍ୟାରମ୍ଭ କରି ଆତ୍ମତୃପ୍ତି ଅନୁଭବ କରିବେ। ମାଙ୍ଗଳିକ କାର୍ଯ୍ୟ, ଜମିଜମା କ୍ରୟ କିମ୍ବା ଗୃହାରମ୍ଭ, ପ୍ରତିଷ୍ଠାଦି କର୍ମ ସକାଶେ ପ୍ରସ୍ତୁତି ଆରମ୍ଭ କରିବେ। ଉଚ୍ଚବର୍ଗଙ୍କ ସହାୟତା, ପଡ଼ୋଶୀଙ୍କ ଆଦର, ଅଭ୍ୟର୍ଥନା ସାଙ୍ଗକୁ ବିଭିନ୍ନ କ୍ଷେତ୍ରରେ ସଫଳତାର ଝଲକ ଦେଖିପାରିବେ।
ମନର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରୁଥିଲେ ମଧ୍ୟ କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣରେ ରଖିପାରିବେ। ପରିବାରରେ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହୋଇପାରେ। ଆବଶ୍ୟକତା ପୂରଣ ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହେବାର ଆଶା ରହିଛି।
ମାନସିକ ସୁସ୍ଥତା ଅଭାବରୁ ଅସ୍ବାଭାବିକ ଚିନ୍ତାଧାରା କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଆଜିର ପ୍ରତ୍ୟୁଷ ଯାତ୍ରା, ପ୍ରଶାସନ, ବନ୍ଧୁ ସମ୍ପର୍କ, ମନୋରଞ୍ଜନ କାର୍ଯ୍ୟକ୍ରମ ଓ ବାଣିଜ୍ୟାଦି ସନ୍ତୋଷଦାୟକ ରହିବ। ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିପାରନ୍ତି। ପଡ଼ୋଶୀଙ୍କ ସହାୟତାରେ ବନ୍ଧୁସମ୍ପର୍କ ସ୍ଥାପିତ ହେବ।
ଆଜି ପାରିବାରିକ ଅନୁରକ୍ତି, ସରକାରୀ ସାହାଯ୍ୟ, ବିଶିଷ୍ଟବ୍ୟକ୍ତିଙ୍କ ପ୍ରତିଶ୍ରୁତି ଆତ୍ମସମ୍ମାନ ବୃଦ୍ଧି କରିବ। ସ୍ଥଗିତକାର୍ଯ୍ୟ, ବିବାଦୀୟ ସ୍ଥିତି, ସହକର୍ମୀଙ୍କ ଅସହଯୋଗ ବଦଳିଯାଇପାରେ। ପ୍ରତ୍ୟେକ କ୍ଷେତ୍ରରେ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରାଇପାରେ। ସାମାଜିକ କ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟା ସୁଧାରି ନେବେ।
What's Your Reaction?






