ରାଶିଫଳ

Jul 12, 2024 - 11:38
 0  2
ରାଶିଫଳ

ମେଷ:  ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ । ବୃଥା ବିବାଦ, କଳିଝଗଡ଼ା, ମାଲିମକଦ୍ଦମା ଭିତରେ ନ ପଶିବା ବିଜ୍ଞତାର ପରିଚାୟକ । କାଦୁଅରେ ପଶନ୍ତୁ ନାହିଁ କି ଗୋଡ଼ ଧୋଇବାର ପରିଶ୍ରମ କରନ୍ତୁ ନାହିଁ ।

ବୃଷ: ଦୁଃଖ, ଯାତନା ସହ ଉଦ୍ବେଗ ଦେଖାଦେଇପାରେ । ଇଷ୍ଟ ମନନଶୀଳ ରହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ । ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ପରିବାରର ସମର୍ଥନ ନେବା ଉଚିତ ।

ମିଥୁନ: କୌଣସି ଧାର୍ମିକ କାର୍ଯ୍ୟକ୍ରମକୁ ଯିବାର ସୁଯୋଗ ପାଇବେ । ପିଲାମାନଙ୍କର କୌଣସି କାର୍ଯ୍ୟକଳାପ ହେତୁ ଘରେ ଅଶାନ୍ତି ଦେଖାଦେଇପାରେ । ଆଜି ମାର୍କେଟିଂ ଏବଂ ମିଡିଆ ସମ୍ବନ୍ଧୀୟ କାର୍ଯ୍ୟଠାରୁ ଦୂରରେ ରୁହନ୍ତୁ ।

 

କର୍କଟ:  ପ୍ରତିକୂଳ ପରିସ୍ଥିତି ବିରୋଧରେ ଲଢ଼େଇ କରିବାର କ୍ଷମତା ଅର୍ଜନ କରିବେ । କିଛି ସମୟ ଧରି ଚାଲିଆସୁଥିବା ସମସ୍ୟାର ଠିକ୍ ସମାଧାନ ମଧ୍ୟ ମିଳିଯିବ । ତେବେ ଅନ୍ୟମାନଙ୍କୁ ପରାମର୍ଶ ଦେବା ଅପେକ୍ଷା ନିଜ ଭିତରେ କିଛି ଭୁଲତ୍ରୁଟି ଥିଲେ ତାହା ସଂଶୋଧନ କରିବା ବୁଦ୍ଧିମତ୍ତାର କାର୍ଯ୍ୟ । 

ସିଂହ:  ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ ।  ଧୈର୍ଯ୍ୟ ସହିତ କାମ କରିବାର ଆବଶ୍ୟକତା ଅଛି । ଆଧ୍ୟାତ୍ମିକ ଓ ଧାର୍ମିକ କାର୍ଯ୍ୟକଳାପରେ ମଧ୍ୟ କିଛି ସମୟ ବିତାନ୍ତୁ । ବ୍ୟବସାୟ ଦୃଷ୍ଟିକୋଣରୁ ସମୟ ଭଲରେ ଚାଲିଛି ।

କନ୍ୟା:  ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି କିନ୍ତୁ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ । ବ୍ୟବସାୟ ଅନେକ ପ୍ରତିଯୋଗିତାର ସମ୍ମୁଖୀନ ହେବ । 

ତୁଳା: ବୃଥା ଭ୍ରମଣ, ବ୍ୟୟ ଓ ଅର୍ଥହାନି ଘଟିପାରେ । ନୂତନ ଦ୍ରବ୍ୟ କ୍ରୟ ବା ସତ୍କାର୍ଯ୍ୟରେ ଦାନ କରିପାରନ୍ତି । ଭାଇମାନଙ୍କ ସହିତ ସମ୍ପର୍କ ମଧୁର ହେବ ଏବଂ ଅତୀତର କିଛି ନକାରାତ୍ମକ ଭୁଲ ଧାରଣା ଦୂର ହେବ । ଅଜ୍ଞାତ ବ୍ୟକ୍ତିଙ୍କ ସହିତ ସାକ୍ଷାତ ଏବଂ ଯୋଗାଯୋଗ ଆପଣଙ୍କ ପାଇଁ କ୍ଷତିକାରକ ହୋଇପାରେ । ଆଜି ବାହାରର ଅଚିହ୍ନା ବ୍ୟକ୍ତିଙ୍କ ସହିତ କୌଣସି ପ୍ରକାର ବ୍ୟବସାୟିକ ଚୁକ୍ତି କରନ୍ତୁ ନାହିଁ । ଜୀବନସାଥୀ ସହିତ ସୁସମ୍ପର୍କ ରହିବ । ଥଣ୍ଡା ଭଳି ସମସ୍ୟା ଦେଖାଦେଇପାରେ । ସେପରି ହେଲେ ଉପଯୁକ୍ତ ଚିକିତ୍ସା କରାଇବା ଆବଶ୍ୟକ ।

ବିଛା: ମନର ଆଶା ପୂରଣ ହେବ । କାର୍ଯ୍ୟ ସଫଳ ହେବ । ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ । ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି । ବନ୍ଧୁ-ପରିଜନରେ ଖୁସି ମନାଇବାର ସୁଯୋଗ ମିଳିପାରେ । ଘରର ଜଣେ ସଦସ୍ୟଙ୍କ ଦାମ୍ପତ୍ୟ ଜୀବନରେ ସମସ୍ୟା ହେତୁ ଅସନ୍ତୋଷ ରହିପାରେ । ବ୍ୟବସାୟିକ କାର୍ଯ୍ୟକଳାପ ସୁରୁଖୁରୁରେ ଚାଲିବ । ବିଲଡର୍ସ ଏବଂ ସମ୍ପତ୍ତି ଡିଲରମାନେ ଲାଭ କରିବେ ।

ଧନୁ: କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ । କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ । ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ । ଅତ୍ୟଧିକ ବ୍ୟସ୍ତତା ହେତୁ ଆପଣ ଘରେ ସମୟ ଦେଇ ପାରିବେ ନାହିଁ । 

ମକର: ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ । କୌଣସି ପ୍ରକାର ଅର୍ଥନୈତିକ କାରବାରରୁ ଦୂରେଇ ରୁହନ୍ତୁ । ମନୋରଞ୍ଜନରେ ସମୟ ଅତିବାହିତ କରିପାରନ୍ତି । ମଧୁମେହ ରୋଗୀମାନେ ସେମାନଙ୍କ ସ୍ୱାସ୍ଥ୍ୟର ଯତ୍ନ ନେବା ଉଚିତ ।

କୁମ୍ଭ: କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ । ଯଦି ଆପଣ ବୀମା କିମ୍ବା ବିନିଯୋଗ ସହ ଜଡିତ ଏକ ଯୋଜନା କରୁଛନ୍ତି, ତେବେ ଏହା ତୁରନ୍ତ କାର୍ଯ୍ୟକାରୀ ନ କରି କିଛିଟା ବିଳମ୍ବ କରନ୍ତୁ । ଋଣ କାରବାର କରନ୍ତୁ ନାହିଁ । 

ମୀନ: ନକାରାତ୍ମକ ଜିନିଷ ମଧ୍ୟ ଆପଣଙ୍କୁ ବିବ୍ରତ କରିପାରେ । ଆୟ ସହିତ ଖର୍ଚ୍ଚର ମଧ୍ୟ ଆଧିକ୍ୟ ରହିବ ।  କୌଣସି ଛୋଟ ଜିନିଷକୁ ନେଇ ଜୀବନସାଥୀଙ୍କ ସହ ଝଗଡା ନ ହେବା ଉଚିତ । ନିଜର ଆଚରଣକୁ ସକାରାତ୍ମକ ରଖିବା ଜରୁରୀ ।

What's Your Reaction?

like

dislike

love

funny

angry

sad

wow