ଶପଥ ନେଲେ ନୂଆ ସିଜେଆଇ ।

୫୧ ତମ ପ୍ରଧାନ ବିଚାରପତି ଭାବରେ ଶପଥ ନେଲେ ସର୍ବୋଚ୍ଚଅଦାଲତ ପ୍ରଧାନ ବିଚାରପତି ଜଷ୍ଟିସ୍ ସଞ୍ଜୀବ ଖାନ୍ନା । ରାଷ୍ଟ୍ରପତି ଭବନରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଥିଲେ ସାମିଲ ।ପ୍ରଧାନ ବିଚାରପତି ପଦରେ ୬ ମାସ ଅର୍ଥାତ୍ ୨୦୨୫ ମେ’ ମାସ ୧୩ ତାରିଖ ପର୍ଯ୍ୟନ୍ତ ରହିବେ ଜଷ୍ଟିସ୍ ଖାନ୍ନା।ବିଦାୟୀ ସିଜେଆଇ ଜଷ୍ଟିସ୍ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ରବିବାର ଅବସର ଗ୍ରହଣ କରିଥିବାବେଳେ ଜଷ୍ଟିସ ଖନ୍ନାଙ୍କ ନାମ ଜଷ୍ଟିସ ଚନ୍ଦ୍ରଚୂଡଙ୍କ ଦ୍ୱାରା କରାଯାଇଥିଲା ସୁପାରିଶ ।
What's Your Reaction?






