ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି

Dec 31, 2025 - 12:39
 0  5
ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି

ପଦାରେ ପଡିଲା ଶ୍ରୀମନ୍ଦିର ପ୍ରଶାସନର ତ୍ରୁଟି । ୨୦୨୬ ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ଥାନରେ ପ୍ରଭୁ ବଳଭଦ୍ର ଏବଂ ବଳଭଦ୍ରଙ୍କ ସ୍ଥାନରେ କରାଯାଇଛି ଶ୍ରୀଜଗନ୍ନାଥଙ୍କ ଚିତ୍ର।ସେହିପରି ରଥଯାତ୍ରାର ଏକ ଫଟୋ କ୍ୟାଲେଣ୍ଡର ରେ ରହିଥିବା ବେଳେ ସେଥିରେ ମଧ୍ୟ ଦେଖିବାକୁ ମିଳିଛି ତ୍ରୁଟି। ପ୍ରଥମେ ସୁଭଦ୍ରାଙ୍କ ରଥ, ପରେ ଜଗନ୍ନାଥଙ୍କ ରଥ ଏବଂ ଶେଷରେ ଶ୍ରୀବଳଭଦ୍ରଙ୍କ ରଥ ଟଣା ଯାଉଥିବାର ସମ୍ପର୍କିତ ଚିତ୍ରର ଏକ ଫଟୋ ମଧ୍ୟ କ୍ୟାଲେଣ୍ଡର ରେ ପାଇଛି ସ୍ଥାନ। ତେବେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ୨୦୨୬ କ୍ୟାଲେଣ୍ଡର ରେ ଏଭଳି ତ୍ରୁଟିକୁ ସମାଲୋଚନା କରିଛନ୍ତି ଜଗନ୍ନାଥ ପ୍ରେମୀ ଓ ଶ୍ରୀମନ୍ଦିର ସେବାୟତ। କ୍ୟାଲେଣ୍ଡର ଛପା ହେବା ପୂର୍ବରୁ କାହା ପରାମର୍ଶରେ ଶ୍ରୀମନ୍ଦିର ପ୍ରଶାସନ ଏଭଳି ତ୍ରୁଟିପୂର୍ଣ୍ଣ ଫଟୋ କ୍ୟାଲେଣ୍ଡରରେ ସ୍ଥାନ ଦେଇଛି ତାକୁ ନେଇ ଉଠିଛି ପ୍ରଶ୍ନ । ତୁରନ୍ତ ଏହି ତ୍ରୁଟିପୂର୍ଣ୍ଣ କ୍ୟାଲେଣ୍ଡରକୁ ଶ୍ରୀମନ୍ଦିର ପ୍ରଶାସନ ପ୍ରତ୍ୟାହାର କରିନେବାକୁ ଜୋର ଧରିଛି ଦାବି  ।  ସେପଟେ ଏନେଇ ଶ୍ରୀମନ୍ଦିର ପ୍ରଶାସନ ସହିତ ଯୋଗାଯୋଗ କରାଯାଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ମିଳିପାରିନାହିଁ  କୌଣସି ପ୍ରତିକ୍ରିୟା । 

What's Your Reaction?

like

dislike

love

funny

angry

sad

wow