ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଅନ୍ଧ ଲୀଳା ନୀତି

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଅନ୍ଧ ଲୀଳା ନୀତି। ଭାଦ୍ରବ ଶୁକ୍ଳ ତୃତୀୟା ତିଥି ଅବସରରେ ଅନୁଷ୍ଠିତ ଏହି ନୀତି । ମହାପ୍ରଭୁ ଶ୍ରୀକୃଷ୍ଣ ଦୃଷ୍ଟିହୀନ ଭକ୍ତର ଭକ୍ତିରେ ସନ୍ତୁଷ୍ଟ ହୋଇ ଚକ୍ଷୁଦାନ କରିଥିବା ବେଳେ ଏକ ପରାକ୍ରମୀ ଉନ୍ମତ୍ତ ହାତୀକୁ କରିବେ ବିନାଶ। ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ବଢିବା ପରେ ଦକ୍ଷିଣୀ ଘରୁ ରାମକୃଷ୍ଣ ରତ୍ନ ସିଂହାସନକୁ କରିବେ ବିଜେ। ପରେ ମହାପ୍ରଭୁଙ୍କଠାରୁ ଆଜ୍ଞାମାଳ ପାଇ ମହାଜନ ସେବକଙ୍କ ହସ୍ତରେ ବଟମୂଳ ନିକଟରେ ଥିବା ପାଲିଙ୍କିରେ କରିବେ ବିଜେ। ପରେ ବିମାନବଡୁ ସେବକମାନେ ଠାକୁରଙ୍କୁ ସିଂହଦ୍ୱାର ନିକଟରେ ଥିବା ବଡ଼ଛତା ମଠ ସମ୍ମୁଖକୁ ନେବେ । ସେଠାରେ ପଡିଥିବା ଖଟ ଉପରେ ଠାକୁର ପାଲିଙ୍କି ସହିତ ହେବେ ବିଜେ। ସେଠାରେ ଅନ୍ଧ ମନ୍ଦିର ହସ୍ତୀ ଲୀଳା ପ୍ରସ୍ତାବ କରାଯିବ ଆଗତ। ନୀତି ସମ୍ପନ୍ନ ହେବା ପରେ ଠାକୁରଙ୍କୁ ପଞ୍ଚ ଉପଚାରରେ ଶୀତଳ ଭୋଗ କରାଯିବ ମଣୋହି। ପରେ ବନ୍ଦାପନା ନୀତି ସମ୍ପନ୍ନ ହୋଇ ଠାକୁର ଶ୍ରୀମନ୍ଦିରକୁ କରିବେ ବାହୁଡ଼ା ବିଜେ। ସନ୍ଧ୍ୟାଧୂପ ପରେ ଶ୍ରୀମନ୍ଦିରରେ ଅନ୍ଧକୁ ଚକ୍ଷୁଦାନ ଲୀଳା ନୀତି ହେବ ଅନୁଷ୍ଠିତ ।
What's Your Reaction?






