ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବାମନ ଜନ୍ମ ନୀତି

Sep 15, 2024 - 11:34
 0  3
ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବାମନ ଜନ୍ମ ନୀତି

ଆଜି ଭାଦ୍ରବ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବାମନ ଜନ୍ମ ନୀତି। ଏଥିପାଇଁ ଆଜି ସକାଳୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆରମ୍ଭ ହୋଇଛି ସ୍ୱତନ୍ତ୍ର ନୀତି। ସକାଳଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କ ମହାସ୍ନାନ କରାଯାଇ କରାଯିବ ନୂଆଲୁଗା ଓ ଚନ୍ଦନ ଲାଗି। ଏହି ଅବସରରେ ଦକ୍ଷିଣ ଘରୁ ମଦନମୋହନ ରତ୍ନ ସିଂହାସନକୁ ବିଜେ କରିବା ପରେ ରତ୍ନଭଣ୍ତାର ନିକଟକୁ ଆସିଥାନ୍ତି। ଜୟବିଜୟ ଦ୍ୱାର ବନ୍ଦ କରାଯାଇ ପୂଜପଣ୍ତା ସାମନ୍ତ ବାମନଙ୍କ ସୁବର୍ଣ୍ଣ ପ୍ରତିମାରେ ଏହି ଜନ୍ମ ନୀତି କରିଥାନ୍ତି ପାଳନ। ତେବେ ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ, ପଇତା ଲାଗି ଓ ଇନ୍ଦ୍ରଧ୍ବଜା ପୂଜା ବିଧି ମଧ୍ୟ ହେବ ଅନୁଷ୍ଠିତ। ବାମନ ଜନ୍ମ ନୀତି ପାଇଁ ଆଜି ତିନିଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି।     

What's Your Reaction?

like

dislike

love

funny

angry

sad

wow