ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ,ହରିହର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର

ଆଜି ପଞ୍ଚୁକର ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଆଡ଼ିକିଆ ବା ତ୍ରିବିକ୍ରମ ବେଶ ହୋଇଛି ଅନୁଷ୍ଠିତ । ଏହି ବେଶ ଦର୍ଶନ କଲେ ଅଶେଷ ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ରହିଥିବାରୁ ଶ୍ରୀମନ୍ଦିରରେ ଆଜି ଜମିଛି ଭକ୍ତଙ୍କ ଭିଡ। ତେବେ ଚଳିତ ଥର ତିଥି କ୍ଷୟ ଯୋଗୁ ପଞ୍ଚୁକ ପାଞ୍ଚଦିନ ପରିବର୍ତ୍ତେ ଚାରିଦିନ ଅନୁଷ୍ଠିତ ହେଉଥିବାରୁ ହେବ ନାହିଁ ଲକ୍ଷ୍ମୀନୃସିଂହ ବେଶ। ସେପଟେ ହରିହର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ହରିହର ଭେଟ କରିବା ପରେ ତ୍ରୟୋଦଶୀ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଶ୍ରୀ ଶ୍ରୀ ଧବଳେଶ୍ୱରଙ୍କ ପାଖରେ ଲାଗି ହୋଇଛି ବାବାଙ୍କ ଅତି ପ୍ରିୟ ଭୋଗ ଗଜଭୋଗ ଓ ତରଣ। ଗଜଭୋଗ ପାଇ ବ୍ରତ ଉଦଯାପନ କରିବେ ବ୍ରତଧାରି ।
What's Your Reaction?






