ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡ଼େଇ ବ୍ୟବହାର ଘଟଣା: ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ
ଶ୍ରୀମନ୍ଦିର ରୋଷ ଘରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗରେ ତିନି ଜଣ ସୁପକାରଙ୍କ ବିରୋଧରେ ନିଆଯାଇଛି କାର୍ଯ୍ୟାନୁଷ୍ଠାନ । ସମସ୍ତ ତିନି ଜଣ ସୁପକାରଙ୍କୁ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷ ଘରେ କରାଯାଇଛି ପ୍ରବେଶ ନିଷିଦ୍ଧ। ତିନି ସୁପକାରଙ୍କ ମଧ୍ୟରୁ ଜଣେ ପାଳିଆ ସେବକଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ମଧ୍ୟ କରାଯାଇଛି ନିଲମ୍ବିତ । ଶ୍ରୀଜଗନ୍ନାଥ ମନ୍ଦିର ଆଇନ 1955ର 21 - ଖ (କ) ଧାରା ଅନୁସାରେ ଏହି ନିଲମ୍ବନ ଆଦେଶ ଜାରି କରିଛି ଶ୍ରୀମନ୍ଦିର ପ୍ରଶାସନ। ମହାପ୍ରଭୁଙ୍କ ସେବାପୂଜାରେ କୌଣସି ପରମ୍ପରା ବହିର୍ଭୂତ କାର୍ଯ୍ୟ ତଥା ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ।
What's Your Reaction?