ସମରଝୋଳ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା
ଗଞ୍ଜାମ ସମରଝୋଳ ଛକରେ ବସ୍ ସହ ତେଲ ଟ୍ୟାଙ୍କର ଧକ୍କା । ରାସ୍ତା କଡ ଚା ଦୋକାନ ଉପରକୁ ମାଡ଼ିଗଲା ଦୁଇ ଦୁର୍ଘଟଣାଗ୍ରସ୍ତ ଗାଡ଼ି। ଦୁର୍ଘଟଣାରେ ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି । ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସମବେଦନା ସହ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ଓ ଗୁରୁତର ଆହତଙ୍କୁ ୧ ଲକ୍ଷ ଲେଖାଏଁ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ । ଆହତଙ୍କ ଚିକିତ୍ସା ସଂପୂର୍ଣ୍ଣ ମାଗଣା କରିବାକୁ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ।ଦୁର୍ଘଟଣା ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇଛି । ଖବର ପାଇ ତୁରନ୍ତ ପୁଲିସ୍ ଓ ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ବ୍ରହ୍ମପୁରସ୍ଥିତ ଏମକେସିଜି ମେଡିକାଲକୁ ପଠାଇଛନ୍ତି। ଏଥିରେ ବସ୍ରେ ଆହୁରି କିଛି ଯାତ୍ରୀ ଚାପି ହୋଇଥିବା ଅନୁମାନ କରାଯାଉଛି। ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।
What's Your Reaction?