ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀମାନଙ୍କ ପାଇଁ ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Nov 17, 2026 - 14:12
ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀମାନଙ୍କ ପାଇଁ ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀମାନଙ୍କ ପାଇଁ ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ଏହାଦ୍ୱାରା ସରକାରୀ କର୍ମଚାରୀଙ୍କ ସମୁଦାୟ ମହଙ୍ଗା ଭତ୍ତା ୬୦ ପ୍ରତିଶତରୁ ୬୩ ପ୍ରତିଶତକୁ ବୃଦ୍ଧି ପାଇଛି। 

 ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀମାନଙ୍କ ପାଇଁ ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ଏହାଦ୍ୱାରା ସରକାରୀ କର୍ମଚାରୀଙ୍କ ସମୁଦାୟ ମହଙ୍ଗା ଭତ୍ତା ୬୦ ପ୍ରତିଶତରୁ ୬୩ ପ୍ରତିଶତକୁ ବୃଦ୍ଧି ପାଇଛି।  ମୁଖ୍ୟମନ୍ତ୍ରୀ ଏହି ମହଙ୍ଗା ଭତ୍ତା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତାପିଛିଲା ଭାବେ ୨୦୨୬ ଜୁଲାଇ ପହିଲା ଠାରୁ ଲାଗୁ ହେବ। ଏହା ନଭେମ୍ବର  ମାସର ଦରମା ସହିତ ମିଳିବ ବୋଲି ଜଣାଯାଇଛି।

କର୍ମଚାରୀଙ୍କ ମଧ୍ୟରେ ଖୁସିର ମାହୋଲ 

ଏହା ଫଳରେ ରାଜ୍ୟର ସାଢ଼େ ୮ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀ  ସିଧାସଳଖ ଭାବେ ଉପକୃତ ହେବେ । ଦ୍ରବ୍ୟ ମୂଲ୍ୟ ବୃଦ୍ଧି ଓ ଜୀବନଯାପନ ଖର୍ଚ୍ଚ ବଢ଼ୁଥିବା ସମୟରେ ସରକାରଙ୍କ ଏହି ଘୋଷଣା କର୍ମଚାରୀଙ୍କ ପାଇଁ ବଡ଼ ଆର୍ଥିକ ଆଶ୍ୱସ୍ତି ଆଣିଛି। ବଢ଼ିଥିବା ଭତ୍ତା ସହ ବକେୟା ରାଶି ମିଳିବାରୁ କର୍ମଚାରୀଙ୍କ ମଧ୍ୟରେ ଖୁସିର ମାହୋଲ ଦେଖାଦେଇଛି ।

ସୂଚନାଯୋଗ୍ୟ, ଗତ ଜୁଲାଇ ମାସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ କର୍ମଚାରୀମାନଙ୍କର ୫ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଥିଲେ। 

What's Your Reaction?

like

dislike

love

funny

angry

sad

wow