ସାରା ରାଜ୍ୟରେ ଜାରି ରହିଛି ବର୍ଷା

Jul 24, 2024 - 12:49
 0  2
ସାରା ରାଜ୍ୟରେ ଜାରି ରହିଛି ବର୍ଷା

ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷାରେ ଭିଜିବ ଓଡ଼ିଶା। ରାଜ୍ୟରେ ମୌସୁମୀ ସକ୍ରିୟ ଥିବା କାରଣରୁ ଆଜି ସମେତ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ଝାଡଖଣ୍ଡ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ  ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର କିଛି କିଛି ସ୍ଥାନରେ  ୪ଦିନ ହେବ  ପ୍ରବଳରୁ ଅତି ପ୍ରବଳ ବର୍ଷା । କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, ରାୟଗଡା, ନୂଆପଡା, ସମ୍ବଲପୁର, ଝାରସୁଗୁଡା, ବୌଦ୍ଧ, କନ୍ଧମାଳ, କଟକ, ପୁରୀ, ଯାଜପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ରହିଛି ସମ୍ଭାବନା । ସେପଟେ ଚିନ୍ତା ବଢ଼ାଇଛି ନିଅଣ୍ଟିଆ ବର୍ଷା।୧୫ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବାବେଳେ ୧୩ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି। ମାଲକାନଗିରି, କୋରାପୁଟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି ରେକର୍ଡ । 

What's Your Reaction?

like

dislike

love

funny

angry

sad

wow