ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଜନତା ମଇଦାନରେ ବୋତାମ ଚିପି ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଥମ କିସ୍ତିରେ ପଞ୍ଜିକରଣ କରିଥିବା ଯୋଗ୍ୟ ହିତାଧୀକାରୀଙ୍କ ଖାତାକୁ ଗଲା ୫ ହଜାର ଟଙ୍କା । ଏହି ଅବସରରେ ଉପସ୍ଥିତ ଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କନକ ବଦ୍ଧର୍ନ ସିଂ ଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ ମନ୍ତ୍ରୀ, ଭାଜପା ନେତୃବୃନ୍ଦ ପ୍ରମୁଖ ।ସେହିପରି ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବା ସହ ୨୬ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ଏହାବାଦ୍ ଦେଶ ଉଦ୍ଦେଶ୍ୟରେ ୨୮ଶହ କୋଟିର ରେଳ ପ୍ରକଳ୍ପ ଜନକଲ୍ୟାଣ ଯୋଜନାର କରିଛନ୍ତି ଶୁଭାରମ୍ଭ । ଏଥିସହ ୧ ହଜାର କୋଟିର ଜାତୀୟ ରାଜପଥ ପ୍ରକଳ୍ପ ଲୋକର୍ପଣ କରିବା ସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିଛନ୍ତି ମୋଦି।
What's Your Reaction?






