ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିବେ ଧନୀ ମହିଳା
ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିବେ ଧନୀ ମହିଳା। ଏନେଇ କାଲି ବସିବ ସୁଭଦ୍ରା ସମୀକ୍ଷା ବୈଠକ ।ତିନି ବିଭାଗକୁ ତଥ୍ୟ ମାଗିଛି ମହିଳା ଓ ଶିଶୁ କଲ୍ୟାଣ ବିଭାଗ।ବାଣିଜ୍ୟ ଏବଂ ପରିବହନ ବିଭାଗକୁ ଚାରି ଚକିଆ ଥିବା ମହିଳାଙ୍କ ତଥ୍ୟ ମଗାଯାଇଥିବା ବେଳେ ସ୍ୱାସ୍ଥ୍ୟ ବିଭାଗକୁ ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ ଏବଂ ଧାନ ବିକ୍ରି କରିଥିବା ମହିଳାଙ୍କ ନାଁରେ କେତେ ଜମି ପଞ୍ଜୀକରଣ ହୋଇଛି ତାର ରିପୋର୍ଟ ଦେବ ଖାଦ୍ୟ ଯୋଗାଣ ବିଭାଗ । ଏହାସହ ବାଦ୍ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଯୋଡ଼ିବା ନେଇ ବୈଠକରେ ହୋଇପାରେ ନିଷ୍ପତ୍ତି ।
What's Your Reaction?