ସୁରମା ପାଢୀ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି

Jun 20, 2024 - 11:37
 0  2
ସୁରମା ପାଢୀ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି

ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ହେଲେ ରଣପୁର ବିଧାୟିକା ସୁରମା ପାଢୀ । ଏନେଇ ଘୋଷଣା କରିଛନ୍ତି କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ବାଚସ୍ପତି ଭାବେ ଦାୟିତ୍ୱ ନେବା ପରେ  ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ ମୁଖ୍ୟମନ୍ତ୍ରୀଙ୍କ ସମେତ ସବୁ ଦଳର ବିଧାୟକ।ସୁରମା ପାଢୀଙ୍କୁ ବାଚସ୍ପତି କରିବାକୁ ଗୃହରେ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଯାହାକୁ ସମସ୍ତ ସଦସ୍ୟ କରିଥିଲେ ସମର୍ଥନ  ।  ସୁରମା ପାଢୀ ୨୦୦୪ ମସିହାରେ ବିଧାୟିକା ଭାବେ ନିର୍ବାଚିତ ହେବା ସହ ମନ୍ତ୍ରୀ ଭାବେ ତୁଲାଇଥିଲେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ । ଏବେ ବାଚସ୍ପତି ଭାବେ ମଧ୍ୟ ଗୁରୁଦାୟିତ୍ୱ ତୁଲାଇବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗତକାଲି ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିଲେ ସୁରମା ପାଢୀ ।

What's Your Reaction?

like

dislike

love

funny

angry

sad

wow