ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ

Mar 17, 2026 - 13:43
 0  0
ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ

ଏସସିବି ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି ଯେ, ଆମ ସରକାରରେ ଏକ ଘରୋଇ ହାସପାତାଳ ଅଗ୍ନିକାଣ୍ଡ ଘଟଣାରେ ଇସ୍ତଫା ଦେଇଥିଲେ ତତ୍କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ। ତେଣୁ ଆଜିର ଏହି ଘଟଣା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି ସେ କରିଛନ୍ତି ଦାବି ।ସେପଟେ ବିଧାନସଭାରେ ଥମୁନି ଏସସିବି ତାତି ।୧୨ଟା ପର୍ଯ୍ୟନ୍ତ ଥରେ ଗୃହ ମୁଲତବୀ ପରେ ପୁଣି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ର ହୋଇଥିଲା ହଟ୍ଟଗୋଳ  । ଯାହାଫଳରେ ବିଧାନସଭାକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ।

What's Your Reaction?

like

dislike

love

funny

angry

sad

wow