ସ୍ମାର୍ଟ ମିଟର ହେବ ବାଧ୍ୟତାମୂଳକ
ଏଣିକି ସ୍ମାର୍ଟ ମିଟର ହେବ ବାଧ୍ୟତାମୂଳକ । ସ୍ମାର୍ଟ ମିଟରରେ ଅଧିକ ବିଲ୍ ଆସୁଥିବା ଅଭିଯୋଗ ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କେଭି ସିଙ୍ଗଦେଓ କହିଛନ୍ତି ଯେ, ପ୍ରଯୁକ୍ତିବିଦ୍ୟା ସହ ଯୋଡିହେବାକୁ ହେଲେ ଲଗାଇବାକୁ ପଡିବ ସ୍ମାର୍ଟ ମିଟର । ଏହା ଭାରତ ସରକାରଙ୍କ ମାର୍ଗଦର୍ଶିକାରେ ଅଛି । ସ୍ମାର୍ଟ ମିଟର ନେଇ ଯାହାର ଅଭିଯୋଗ ଅଛି ସେମାନେ ଲିଖିତ ଭାବେ ଜଣାନ୍ତୁ । ସାଧାରଣ ମିଟର ନେଇ ଟେଷ୍ଟ କରି ଦେଖାଇ ଦିଆଯିବ । ଏବେ ଯାଏଁ ଲୋକଙ୍କର ସୁଇଚ ବନ୍ଦ କରିବାର ଅଭ୍ୟାସ ଯାଇନି । ସ୍ମାର୍ଟ ମିଟରରେ ଅଧିକ ବିଲ୍ ଉଠୁନି । ତେଣୁ ସ୍ମାର୍ଟ ମିଟର ଲାଗିବା ବାଧ୍ୟତାମୂଳକ ବୋଲି କହିଛନ୍ତି ଶକ୍ତି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ ।
What's Your Reaction?