ସ୍ୱାଧୀନତା ସଂଗ୍ରାମୀ ପରିବାରଙ୍କୁ ମିଳିବ ‘କୁଟୁମ୍ବ ପେନସନ ଯୋଜନା’ରେ ଭତ୍ତା
କ୍ରାନ୍ତି ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। ସ୍ୱାଧୀନତା ସଂଗ୍ରାମୀ ପରିବାରଙ୍କୁ ମିଳିବ ‘କୁଟୁମ୍ବ ପେନସନ ଯୋଜନା’ରେ ଭତ୍ତା। ଖୁବଶୀଘ୍ର ସ୍ୱାଧୀନତା ସଂଗ୍ରାମୀଙ୍କ ପରିବାରକୁ ଚି଼ହ୍ନଟ କରିବେ ସରକାର । ଏହାସହ ତାର ରୂପରେଖ ମଧ୍ୟ ଖୁବଶୀଘ୍ର ହେବ ପ୍ରସ୍ତୁତ ।ସହିଦ ସ୍ମାରକୀ ସ୍ୱାଧୀନତା ସଂଗ୍ରାମୀ ସଦନ ଠାରେ ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତି ପକ୍ଷରୁ ଆୟୋଜିତ କ୍ରାନ୍ତି ଦିବସ ସମାରୋହରେ ଯୋଗ ଦେଇ ଏଭଳି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
Jangyaseni Parida