୧୦ ବିଭାଗର ୧୨ଟି ପ୍ରସ୍ତାବକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରୀ
ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୦ ବିଭାଗର ୧୨ଟି ପ୍ରସ୍ତାବକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରୀ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ।ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍ରେ ମିଳିଛି ମଞ୍ଜୁରୀ । ଜଳସମ୍ପଦ ବିଭାଗର ଡାଇଭର୍ସନ ସିଷ୍ଟମ ପାଇଁ ୩୬୨ କୋଟି ମଞ୍ଜୁର ହୋଇଛି। ଦୁବାଇ ସିଙ୍ଗାପୁର ପାଇଁ ମାର୍ଚ୍ଚ ଯାଏ ଜାରି ରହିବ ବିମାନ ସେବା। ଓଡ଼ିଶାରେ ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେଶ ସାମଗ୍ରୀ।ଶିଳ୍ପ ବିଭାଗର କଲ୍ୟାଣୀ ଗ୍ରୁପ ତରଫରୁ ଢେଙ୍କାନାଳର ଗଜମରା ଠାରେ ୧୧ ସହ ଏକର ଜମିରେ ନିର୍ମାଣ ହେବ ଇଣ୍ଡିଗ୍ରେଟେଡ଼ ନ୍ୟୁ ଏଜ ମାନୁଫେକଚର କମ୍ପ୍ଲେକ୍ସ । ୧୭ ହଜାର ୨୫୦ କୋଟି ଟଙ୍କାର ହେବ ନିବେଶ । ସୃଷ୍ଟି ହେବ ୨୦ ହଜାର ନିଯୁକ୍ତି ।ସେହିପରି ଟାଇଟନିୟମ, ସ୍ପେଶାଲ ଷ୍ଟିଲ, ଅଟୋ କମ୍ପନେଟ, ଏରୋସ୍ପେଶ, ପ୍ରତିରକ୍ଷା ସାମଗ୍ରୀ ପ୍ରସ୍ତୁତ ହେବ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ।
What's Your Reaction?