୧୮ରୁ ରାଜ୍ୟରେ ବଢିବ ବର୍ଷା ପରିମାଣ

Jul 11, 2024 - 12:49
 0  2
୧୮ରୁ ରାଜ୍ୟରେ ବଢିବ ବର୍ଷା ପରିମାଣ

ଲୁଚକାଳି ଖେଳୁଛି ମୌସୁମୀ ରାଜ୍ୟରେ ଦୁଇ ଦିନ କାଁ ଭାଁ ହେଉଛି ବର୍ଷା ହେଲେ ୧୨ ତାରିଖରୁ ତିନିଦିନ ଧରି କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ବିଶେଷ କରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଝାରସୁଗୁଡା ଏବଂ କେନ୍ଦୁଝର ଜିଲାକୁ ହଳଦିଆ ସତର୍କତା ଜାରି କରାଯାଇଛି ଆସନ୍ତା ୧୭ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ୧୮ରୁ ରାଜ୍ୟରେ ବର୍ଷା ପରିମାଣ ବଢିବ ପାରାଦ୍ବୀପରୁ ସୁବର୍ଣ୍ଣପୁର ପର୍ଯ୍ୟନ୍ତ ସଂଯୋଗ କରୁଥିବା ସରଳରେଖା ସହ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ଫଳରେ ବର୍ଷାର ପରିମାଣ ବଢିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଛି ସୂଚନା

What's Your Reaction?

like

dislike

love

funny

angry

sad

wow