୧୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ କରିବ ଏଏସଆଇ
ଆସନ୍ତା ୧୮ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ କରିବ ଏଏସଆଇ।ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ ହେବ ଏହି କାର୍ଯ୍ଯ । ଏଏସଆଇ ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ କରାଯିବ ପ୍ରାରମ୍ଭିକ ନିରୀକ୍ଷଣ ଏବଂ ବୈଷୟିକ ଯାଞ୍ଚ। ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ନିରୀକ୍ଷଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ପ୍ରସ୍ତୁତ କରାଯାଇଛି ବିଶେଷ ନୀତି ନିର୍ଘଣ୍ଟ। ୧୮ ତାରିଖ ଦିନ ଗୋଟାଏରୁ ଯାଞ୍ଚ କାର୍ଯ୍ଯ ସରିବା ପର୍ଯ୍ଯନ୍ତ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ । ମହାପ୍ରସାଦ କ୍ରୟ କରିବାକୁ ଚାହିଁଲେ ସିଂହଦ୍ଵାର ଦେଇ ଆନନ୍ଦ ବଜାରରୁ ଯାଇହେବ । ଉତ୍ତର ଦ୍ୱାର ପଟେ ପ୍ରସ୍ଥାନ କରିପାରିବେ ଶ୍ରଦ୍ଧାଳୁ। ବୈଷୟିକ ଯାଞ୍ଚ ପରେ ଏଏସଆଇ ରତ୍ନଭଣ୍ଡାରର ସଂରକ୍ଷଣ ଓ ମରାମତି କାର୍ଯ୍ଯ ଶୀଘ୍ର ସାରିବାକୁ ଅନୁରୋଧ କରିଛନ୍ତି ମୁଖ୍ଯ ପ୍ରଶାସକ।
What's Your Reaction?