୨ ଦିନ ପରେ ଓଡିଶାକୁ ଫେରିବ ଶୀତ

ଆଉ ୨ ଦିନ ପରେ ଓଡିଶାକୁ ଫେରିବ ଶୀତ। ଉପାନ୍ତରୁ ଉପକୂଳ ସବୁଠି ୨ରୁ ୪ ଡିଗ୍ରୀ କମିବ ପାରଦ। ବିଶେଷ କରି ପାହାଡିଆ ଅଞ୍ଚଳରେ ଅଧିକ ଶୀତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ତ୍ତମାନ ରାଜ୍ୟ ଉପରେ କୌଣସି ପାଣିପାଗର ପ୍ରଭାବ ନ ଥିବା ବେଳେ ୫ ତାରିଖରେ ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ୬ ତାରିଖରେ ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ରହିଛି ସମ୍ଭାବନା । ୭ ତାରିଖରୁ ୯ ତାରିଖ ମଧ୍ୟରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ କମିବ ତାପମାତ୍ରା।
What's Your Reaction?






