୨ ଦିନିଆ ଓଡ଼ିଶା ଗସ୍ତ ସାରି ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Nov 25, 2026 - 14:42
୨ ଦିନିଆ ଓଡ଼ିଶା ଗସ୍ତ ସାରି ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଦୁଇ ଦିନିଆ ଓଡ଼ିଶା ଗସ୍ତ ଶେଷ କରି ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ରାଜଧାନୀର ଅଭିନ୍ନ ଚନ୍ଦ୍ର ହୋମିଓପାଥିକ ମେଡିକାଲ୍ କଲେଜ୍ ଆଣ୍ଡ ହସ୍ପିଟାଲ୍ ପରିସରରେ ହୋମିଓପାଥି ଉପରେ ଆୟୋଜିତ ଜାତୀୟ ବୈଜ୍ଞାନିକ ସମ୍ମିଳନୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେଇଥିଲେ। 

 ଦୁଇ ଦିନିଆ ଓଡ଼ିଶା ଗସ୍ତ ଶେଷ କରି ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ବର ବିମାନବନ୍ଦରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଓ ମେୟର ସୁଲୋଚନା ଦାସ ପ୍ରମୁଖ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ। ସେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଗତକାଲି ସେ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଥିଲେ। 

ଆଜି ରାଜଧାନୀର ଅଭିନ୍ନ ଚନ୍ଦ୍ର ହୋମିଓପାଥିକ ମେଡିକାଲ୍ କଲେଜ୍ ଆଣ୍ଡ ହସ୍ପିଟାଲ୍ ପରିସରରେ ହୋମିଓପାଥି ଉପରେ ଆୟୋଜିତ ଜାତୀୟ ବୈଜ୍ଞାନିକ ସମ୍ମିଳନୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେଇଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସାଂସଦ ଅପରାଜିତା ଷଡ଼ଙ୍ଗୀ ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। 

ରାଷ୍ଟ୍ରପତି, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଡଙ୍ଗା ଭସାଇଥିଲେ

ଏଣେ ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କଟକର ଐତିହାସିକ ବାଲିଯାତ୍ରର ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମରେ ସାମିଲ ହେବା ପୂର୍ବରୁ ରାଷ୍ଟ୍ରପତିଙ୍କ ସହିତ ଅନ୍ୟ ଅତିଥିମାନେ କଳିଙ୍ଗ ତରଙ୍ଗିଣୀରେ ସିଲଭର ସିଟି ବୋଟ୍‌ କ୍ଲବ୍‌ରୁ କଟକ ଇନ୍‌ କଟକ ପର୍ଯ୍ୟନ୍ତ ଆସିଥିଲେ। ରାଷ୍ଟ୍ରପତି, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଡଙ୍ଗା ଭସାଇଥିଲେ। ଅତିଥିମାନେ ଜାତୀୟସ୍ତରୀୟ ପଲ୍ଲିଶ୍ରୀମେଳାକୁ ଉଦ୍‌ଘାଟନ କରିଥିଲେ। ଟେରାକୋଟା କାରିଗରଙ୍କ ସହିତ ଆଲୋଚନା କରିଥିଲେ। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି, ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଇଣ୍ଡୋନେସିଆ ଦୂତାବାସର ଚାର୍ଜ ଡି’ ଆଫାୟାର୍ସ ୟୁଧୋ ସାସୋଙ୍ଗକୋ, କଟକ ସାଂସଦ ଭର୍ତ୍ତୃହରି ମହତାବ, ମେୟର ସୁବାସ ସିଂହ, ଚୌଦ୍ବାର-କଟକ ବିଧାୟକ ସୌଭିକ ବିଶ୍ବାଳ, ବାରବାଟୀ-କଟକ ବିଧାୟକ ସୋଫିଆ ଫିର୍ଦ୍ଦୋସ, କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ମଞ୍ଚାସୀନ ଥିଲେ। ଏହି ଅବସରରେ ବାଲିଯାତ୍ରାର ସ୍ମରଣିକା ଉନ୍ମୋଚିତ ହୋଇଥିଲା। 

What's Your Reaction?

like

dislike

love

funny

angry

sad

wow