୨୨ରେ ଓଡ଼ିଶା ଗସ୍ତରେ ଆସିବେ ସ୍ବରାଷ୍ଟ୍ରନ୍ତ୍ରୀ ଅମିତ ଶାହା, ୨୪ ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଆସନ୍ତା ୨୨ରେ ଦୁଇ ଦିନିଆ ଓଡ଼ିଶା ଗସ୍ତର ଆସିବେ ସ୍ବରାଷ୍ଟ୍ରନ୍ତ୍ରୀ ଅମିତ ଶାହା। ।ବିଭିନ୍ନ ସରକାରି ପ୍ରକଳ୍ପର ଶିଳାନ୍ୟାସରେ ଦେବେ ଯୋଗ।ଅନ୍ୟପକ୍ଷେ ଆସନ୍ତା ୨୪ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ଗସ୍ତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ନୟାଗଡ଼ କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ସହ ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ବାବସୁ ଓ ଲଲିତାଙ୍କ ଜନ୍ମମାଟି ପରଦର୍ଶନ କରିବାର ରହିଛି କାର୍ୟ୍ୟକ୍ରମ ।ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା,ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲ୍ଲାପାଳ ଓ ଏସପି।
What's Your Reaction?






