୨୩ରେ ବାତ୍ୟା, ୨୪ରେ ଲ୍ୟାଣ୍ଡଫଲ୍
୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ସମ୍ଭାବ୍ୟ ବାତ୍ୟା।। ୨୪ ତାରିଖ ସକାଳ ସୁଦ୍ଧା ଏହା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବାର ରହିଛି ସମ୍ଭାବନା। ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଗତକାଲି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟଟି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରରେ ହେବ ପରିଣତ। ପରେ ଏହା ଲଘୁଚାପରେ ପରିଣତ ହୋଇ ୨୨ ତାରିଖରେ ଅବପାତ ରୂପ ନେବ। ୨୩ ତାରିଖରେ ଏହା ସମ୍ଭାବ୍ୟ ବାତ୍ୟାରେ ହେବ ପରିଣତ।
What's Your Reaction?